www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରିବାରେ ଧୁରନ୍ଧର : ଧର୍ମେନ୍ଦ୍ର

ବାମରା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଓଡ଼ିଶାର ଲୋକଙ୍କ ପାଇଁ ସବୁ ପ୍ରକାର ସୁବିଧା କରିଥିବା ବେଳେ ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର ବୋଲି ସୋମବାର ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ମହୁଲପାଲିରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୨୦୨୯ ପର୍ଯ୍ୟନ୍ତ ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ମାଗଣା ଚାଉଳ ଦେବା ପାଇଁ ନିଷ୍ପତ୍ତି ନେବା ପରେ ବି ରାଜ୍ୟ ସରକାର ନିଜସ୍ୱ ଯୋଜନା ନାଁରେ ମିଛ ପ୍ରଚାର କରୁଛନ୍ତି।

ଓଡ଼ିଶା ସରକାର ପ୍ରଚାର ସର୍ବସ୍ୱ। ସମ୍ବଲପୁରର କୁଚିଣ୍ଡା, ବାମରା, ମହୁଲପାଲି, କେଶାଇ ବାହାଲ, କୁନ୍ତରା, ଜମନକିରା, ଗଡପୋଷ, ଫାଶିମାଲ, କୁଲୁଣ୍ଡି ଓ ନିକ୍ତିମାଲ ଭଳି ଗ୍ରାମାଞ୍ଚଳରେ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପଦବୀ ଅନୁସାରେ ଡାକ୍ତର ନାହାନ୍ତି। ଦେଶରେ ଆୟୁଷ୍ମାନ ଯୋଜନା ମାଧ୍ୟମରେ ମାଗଣାରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରୁନାହାନ୍ତି। ରାଜ୍ୟ ରାଜକୋଷକୁ ଆସୁଥିବା ଅର୍ଥ ଖର୍ଚ୍ଚ କରି କେବଳ ମିଛ ବିଜ୍ଞାପନ ଓ ବଡ ବଡ ହୋର୍ଡିଂରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବା ସୀମିତ ରହିଛି।

- Advertisement -

ଜଳ ଜୀବନ ମିଶନରେ ସମ୍ବଲପୁର ଜିଲାରେ ମୋଟ ୧,୬୪,୫୭୪ ପରିବାର ମଧ୍ୟରୁ ୭୦,୬୧୦ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦିଆଯାଇଛି। ପ୍ରତି ଘରକୁ ପାଇପ ଯୋଗେ ପାଣି ଦେବା ପାଇଁ ଅର୍ଥର ବ୍ୟବସ୍ଥା କରିବା ପରେ ବି ଗାଁରେ ପାଣି ଆସୁନି। ମୋଦୀ ସରକାର ପିଏମ୍‌ ଆବାସ ଯୋଜନାରେ ଗରିବଙ୍କ ପାଇଁ ପକ୍କା ଘର ପଠାଉଥିବା ବେଳେ ଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳୁନଥିବା ସିଏଜି ରିପୋର୍ଟରେ ପ୍ରକାଶ ପାଇଛି। ୨୪ ବର୍ଷ ଶାସନରେ ରହିବା ପରେ ବି ଓବିସିମାନଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ଅଧିକାର ଦେଉନାହାନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଦେଶରେ ନିଜକୁ ଏକ ଆସ୍ଥାର କେନ୍ଦ୍ର ଭାବରେ ସ୍ଥାପିତ କରିପାରିଛନ୍ତି । ଆଜି ମୋଦୀଙ୍କ ଗ୍ୟାରେଣ୍ଟିରେ ଦେଶ ଆଗକୁ ବଢୁଥିବା ବେଳେ ଗରିବ, ମହିଳା, ଚାଷୀ, ବଞ୍ଚିତ, ଓ ଯୁବକମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି। ସମସ୍ତଙ୍କୁ ପକ୍କା ଘର, ପାଇପ ଯୋଗେ ପାନୀୟ ଜଳ, ରୋଷେଇ ଗ୍ୟାସ, ମାଗଣା ଚାଉଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସହ ମହିଳାମାନଙ୍କୁ ଲକ୍ଷପତି ବନାଇବାର ସ୍ୱପ୍ନ ପୂରଣ କରାଯାଉଛି। ଗାଁ ଗାଁରେ ରକ୍ତ ପରୀକ୍ଷା, ସିକିଲ ସେଲ୍ ପରୀକ୍ଷା ଏବଂ ଡାଇବେଟିସ ପରୀକ୍ଷା କରାଯିବା ସହ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଭଳି ସୁବିଧା ମୋଦୀ ସରକାର କରିଛନ୍ତି।

ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ମହୁଲପାଲିର ଉଜ୍ଜ୍ୱଳା ଯୋଜନାର ହିତାଧିକାରୀ ଆଶାକର୍ମୀ କୁନ୍ତଳା ସାହୁ, ଏସ୍‌ଏଚଜି ମହିଳା ଭାବେ କମ ସୁଧରେ ଋଣ ନେଇଥିବା ରଜନୀ ସାହୁ ଓ ବାମରାର ପିଏମ୍‌ କିଷାନ ଯୋଜନାର ଲାଭାର୍ଥୀ ମୋତିରଞ୍ଜନ ପୃଷେଠଙ୍କ ସମେତ ଅନ୍ୟମାନେ ମୋଦୀ ସରକାରଙ୍କ କଲ୍ୟାଣକାରୀ ଯୋଜନା​‌େ​‌ର ଉପକୃତ, ତାହା ଉପରେ ବର୍ଣ୍ଣନା କରିଥିଲୋ ଯାହାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories