www.samajalive.in
Monday, December 8, 2025
17.1 C
Bhubaneswar

ରାଜ୍ୟରେ ପ୍ରବଳ କୁହୁଡି: ଦୃଶ୍ୟମାନ ହେଉନି ମୁଖ୍ୟ ରାସ୍ତା

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ହାଲୁକା ଶୀତ ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ଉପାନ୍ତ ଅଂଚଳରୁ ଉପକୂଳ ପର୍ଯ୍ୟନ୍ତ ଏଭଳି ପାଗ ରହିଛି। ବୁଧବାର ସକାଳୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡି ଯୋଗୁ ଗାଡି ଚଳାଚଳରେ ସମସ୍ୟା ଦେଖା ଦେଇଥିଲା। ଆସନ୍ତା ୨ଦିନ ପରେ ପୁଣି ରାଜ୍ୟରେ ଶୀତ ବଢିବ ବୋଲି କୁହାଯାଉଛି। ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଶୀତ ବଢିବ। ସେହିପରି ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କୁହୁଡି ହେଉଥିବାରୁ ଦୃଶ୍ୟମାନ କ୍ଷମତା ବାଧାପ୍ରାପ୍ତ ହେବା ସହିତ ଯାନବାହନ ଚଳାଚଳ ବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories