www.samajalive.in
Saturday, December 6, 2025
26.1 C
Bhubaneswar

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ; ମୁଣ୍ଡ ଉପରେ ଥିଲା ଲକ୍ଷେ ଟଙ୍କାର ପୁରସ୍କାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ବୁଧବାର ୧ ଲକ୍ଷ ଇନାମୀ ଥିବା ଜଣେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତିା ଏ ସମ୍ବନ୍ଧରେ ଏକ ସାମ୍ବାଦିକ ସମ୍ମିଳନୀରେ ଏସ୍‌ପି ନିତିଶ୍‌‌ ବାଧ୍ୱାନୀ ଦେଇଥିବା ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେବାଡା ଜିଲ୍ଲା କଟକଲ୍ୟାଣ ଥାନା ପିତାଦାବ ଗ୍ରାମ ନିବାସୀ ଉଙ୍ଗି ମାଡବି ଓରଫ ରୋସନି ୨୦୧୬ରେ ମାଲକାନଗିରି ଜିଲ୍ଲା ସିପିଆଇ ମାଓବାଦୀ ସଂଗଠନରେ ଯୋଗ ଦେଇଥିଲେ। ଉକ୍ତ ମାଓ ସଂଗଠନ ବନ୍ଦ ହେଲା ପରେ ଛତିଶଗଡ଼ର ଦଣ୍ଡକାରଣ୍ୟ ସ୍ପେସାଲ ଜୋନାଲ କମିଟିର ପାର୍ଟି ସଦସ୍ୟ ଭାବେ ଯୋଗ ଦେଇଥିଲେ। ତେବେ ବର୍ତମାନ ମାଲକାନଗିରି ଜିଲ୍ଲା ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ ନିକଟସ୍ଥ ମହୁପଦର, ଟେମୁରୁପାଲ୍ଲୀ, କର୍ତନପାଲ୍ଲୀ, ତୁଳସୀଠାରେ ବିଏସଏଫ କ୍ୟାମ୍ପ ଅନୁଷ୍ଠିତ ହେବା ପରେ ବହୁ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଏଥିସହ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କ ଦ୍ୱାରା ବର୍ତମାନ ବହୁ ସ୍ଥାନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେବା ସହ ମାଓବାଦ ମାନେ ଆତ୍ମ ସମର୍ପଣ କଲେ ସେମାନଙ୍କୁ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି।

ଅନ୍ୟପକ୍ଷରେ ବରିଷ୍ଠ ମାଓବାଦୀମାନଙ୍କ ପୂର୍ବ ଆଦର୍ଶ ବର୍ତମାନ ନାହିଁ। ଯାହାଫଳରେ ବହୁ ମାଓବାଦୀ ଆତ୍ମ ସମର୍ପଣ କରି ସାରିଲେଣି ଏବଂ ଅନ୍ୟ କେତେଜଣ ବରିଷ୍ଠ ମାଓବାଦୀ ମଧ୍ୟ ଆତ୍ମସମର୍ପଣ କରିବାକୁ ସୁଯୋଗ ଖୋଜୁଛନ୍ତି। ତେଣୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଓ ସାଧାରଣ ଜୀବନ ଯାପନ କରିବା ପାଇଁ ସେ ଆତ୍ମସମର୍ପଣ କରିଥିବା ସୂଚନା ଦେଇଛନ୍ତି। ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ମହିଳା ମାଓବାଦୀଙ୍କ ମୁଣ୍ଡ ଉପରେ ୧ ଲକ୍ଷ ଟଙ୍କାର ପୁରସ୍କାର ମଧ୍ୟ ଘୋଷଣା କରାଯାଇଥିଲା। ସେ ବର୍ତମାନ ଆତ୍ମ ସମର୍ପଣ କରିଥିବାରୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଦିଆଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories