www.samajalive.in
Monday, December 15, 2025
24.1 C
Bhubaneswar

ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା ବଡଗାଁ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। କୁସ୍ତୁନା ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି। ଗତକାଲିଠାରୁ ନାବାଳିକା ଜଣକ କୌଣସି କାମରେ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରିନଥିଲେ ।

ପରିବାର ଲୋକ ବହୁ ଖୋଜାଖୋଜି କରି ନିରାଶ ହୋଇଥିଲେ । ବୁଧବାର ସକାଳୁ ପରିବାର ଲୋକ କୁସ୍ତୁନା ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାକେଶ କିଷାନ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି । ସେପଟେ ରାକେଶ ଏବଂ ତାର କିଛି ସହଯୋଗୀ ମିଶି ନାବାଳିକା ଜଣଙ୍କୁ ଉସ୍ତୁନା ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିବାର ପରେ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories