www.samajalive.in
Saturday, December 6, 2025
23.1 C
Bhubaneswar

ଜାଣନ୍ତୁ କେଉଁ ସମୟରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ନିଳାଦ୍ରୀ ଭକ୍ତ ନିବାସରେ ଚାଲିଥିବା ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇ କହିଛନ୍ତି ଯେ ଆସନ୍ତା ୧୭ତାରିଖ ଦିନ ୧ଟା ୧୫ମିନିଟ୍‌‌ ରୁ ୧ଟା ୩୦ ମିନିଟ୍‌‌ ମଧ୍ୟରେ ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧ଟା ୩୦ରୁ ୨ଟା ମଧ୍ୟରେ ଯଜ୍ଞ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଏହାପରେ ଦିନ ୨ଟାରୁ ୨ଟା ୩୦ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୨ଟା ୩୦ରୁ ୩ଟା ମଧ୍ୟରେ ସଭାସ୍ଥଳରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଦିନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଏହାସହିତ ମୁଖ୍ୟ ପ୍ରଶାସକ କହିଛନ୍ତି ଗୁରୁବାର ରାତି ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ। ଶୁକ୍ରବାର ସକାଳ ସୁଦ୍ଧା ଓବିସିସି ସଂସ୍ଥା ମନ୍ଦିର ପ୍ରଶାସନକୁ ପରିକ୍ରମା ପ୍ରକଳ୍ପ ହସ୍ତାନ୍ତର କରିବ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories