www.samajalive.in
Monday, December 8, 2025
17.1 C
Bhubaneswar

ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ଆଲର୍ଟ : ସତର୍କତା ଜାରି କଲା ଗୁଇନ୍ଦା ସଂସ୍ଥା

ଅଯୋଧ୍ୟା: ତାରିଖ ଯେତିକି ପାଖେଇ ଆସୁଛି , ମନରେ ଉତ୍କଣ୍ଠା ବି ସେତିକି ବୃଦ୍ଧି ପାଇବାରେ ଲାଗିଛି।  ଜାନୁଆରୀ ୨୨ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ । ଯାହାକୁ ନେଇ ପୁରା ସଜେଇ ହୋଇଛି ଅଯୋଧ୍ୟା ନଗରୀ। ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମୟରେ ରାମ ମନ୍ଦିରକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଯାହା ସାରା ଦେଶବାସୀଙ୍କୁ ଭୟଭୀତ କରିଛି। ରାମ ମନ୍ଦିରର ଉଦଘାଟନ କାର୍ଯ୍ୟକ୍ରମ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଥିବା ସୂଚନା ଦେଇଛି ଗୁଇନ୍ଦା ବିଭାଗ ।

କେବଳ ଏହି ମନ୍ଦିର ନୁହେଁ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଥିବା ସମସ୍ତ ପ୍ରତିଷ୍ଠିତ ବ୍ୟକ୍ତି ଓ ରାଜନେତା ଙ୍କୁ ମଧ୍ୟ ଟାର୍ଗେଟ କରାଯାଇପାରେ ବୋଲି ସତର୍କ କରାଯାଇଛି । ଏଭଳି ସତର୍କ ସୂଚନା ମିଳିବା ପରେ ସମସ୍ତ ସୁରକ୍ଷା ଏଜେନ୍ସିର ଏକ ବୈଠକ ଅନୁଷ୍ଠିତ ହୋଇଛି । ପୁରା ସହରରେ ସିସି ଟିଭି ଲଗାଯିବା ସହ ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ନିର୍ଦ୍ଦେଶ ରହିଛି। କୌଣସି ସନ୍ଦେହଜନକ ବସ୍ତୁ ଦେଖିଲେ କିମ୍ବା କାହା ଉପରେ ସନ୍ଦେହ ହେଲେ ତୁରନ୍ତ ଯାଞ୍ଚ କରିବାକୁ କୁହାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories