www.samajalive.in
Sunday, December 7, 2025
18.1 C
Bhubaneswar

ଭାଗ୍ୟଶାଳୀ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି – ଶୁକ୍ରବାର ରାଶିଫଳ

ମେଷ- ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପୁଅର କାର୍ଯ୍ୟକଳାପ ଯୋଗଁୁ ନିନ୍ଦିତ ହୋଇପାରନ୍ତି।

ବୃଷ- ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶ୍ରୀହୀନ ଓ କୁଟିଳ ସ୍ବଭାବର ହୋଇପାରନ୍ତି।

- Advertisement -

ମିଥୁନ- ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଜଳଯାତ୍ରା ନ କରିବା ଭଲ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ। ସତର୍କତାର ଦିନ ଆଜି।

କର୍କଟ- ଜଣେ ସମାଜସେବୀ ଭାବେ ଉଚ୍ଚାସନ ମିଳିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଭଲରେ ଚାଲିବ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ। ସୁଶୀଳା ପତ୍ନୀ ମାର୍ଗଦର୍ଶିକା ହେବେ।

ସିଂହ- ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବା ମନୋବୃତ୍ତି ରହିବ। ବଦ୍‌ଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜିପାରେ।

କନ୍ୟା- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଫଳପ୍ରାପ୍ତି କଷ୍ଟଦାୟକ ହେବ।

ତୁଳା- କୃଷି କର୍ମକାରୀ ହୋଇପାରନ୍ତି। ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। ବିଳାସବ୍ୟସନ ଓ ନୀଚସଙ୍ଗୀ ହେବେ।

ବିଚ୍ଛା- ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଚୋର ଭୟ ରହିବ।

ଧନୁ- ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟମୁଖୀ ହେବେ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ଲୋକପ୍ରିୟ ହେବେ। ସାମାଜିକ ସ୍ତରରେ ଆଦରଣୀୟ ହେବେ। ଦରିଦ୍ରତା ଭୋଗ କରିବେ।

ମକର- ଥଣ୍ଡାକଫଜନିତ ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।

ସିଂହ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଆପଣଙ୍କ ସନ୍ତାନମାନେ ଗୁଣୀ, ବହୁ ବିଦ୍ୟାରେ ଜ୍ଞାନୀ ଓ ସମ୍ପତ୍ତିବାନ୍‌ ହେବେ। ସୁସ୍ଥ ଜୀବନ ବିତାଇବେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories