www.samajalive.in
Wednesday, December 10, 2025
26.1 C
Bhubaneswar

ଭୁବନେଶ୍ୱର ଟିଏସି ସଦସ୍ୟ ହେଲେ ଜନ୍ମେଜୟ ଜେନା

ପିପିଲି: କେନ୍ଦ୍ର ସରକାରଙ୍କ ସୁପାରିଶ କ୍ରମେ ଭୁବନେଶ୍ୱର ଟେଲିଫୋନ ଆଡ୍‌‌ଭାଇଜରୀ କମିଟିର (ଟିଏସି) ସଦସ୍ୟ ଭାବେ ପୁରୀ ଜିଲା ପିପିଲିର ଯୁବନେତା ଓ ସମାଜସେବୀ ଜନ୍ମେଜୟ ଜେନାଙ୍କୁ ନୂତନ ଦାୟିତ୍ୱ ମିଳିଛି। ଏଥିପାଇଁ ଶ୍ରୀ ଜେନା ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନୂଆ ଦାୟିତ୍ୱ ମିଳିବା ପରେ ଶ୍ରୀଜେନା ଶୁକ୍ରବାର ଦିନ ଭୁବନେଶ୍ୱର ଟେଲିଫୋନ୍‌‌ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚି ସେଠାରେ ପ୍ରିନ୍ସିପାଲ ଜେନେରାଲ ମ୍ୟାନେଜର ଇନ୍ଦ୍ରଗୋବିନ୍ଦ ସୋରେନଙ୍କୁ ଭେଟି ଟେଲିଫୋନ ସେବାକୁ କିପରି ଅଧିକ ବ୍ୟାପକ କରାଯାଇପାରିବ ସେ ସଂପର୍କରେ ଆଲୋଚନା କରିଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories