www.samajalive.in
Saturday, December 6, 2025
26.1 C
Bhubaneswar

ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର : ଓଡ଼ିଶାର ବରପୁତ୍ର ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ଦେଓ (ଖଲ୍ଲିକୋଟ)ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଏଜି ଛକ, ଭୁବନେଶ୍ୱର ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ।
ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ଵୀରାଜ ପାଣି, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା,ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories