www.samajalive.in
Monday, December 8, 2025
24.1 C
Bhubaneswar

ବାଳି କଲେଜରେ ଜାତୀୟ ଯୁବଦିବସ ପାଳିତ

ଗୁରୁଡିଝାଟିଆ: ବାଳିସ୍ଥିତ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟରେ ଜାତୀୟ ଯୁବଦିବସ ପାଳିତ ହୋଇଛି। ଯୁବରେଡକ୍ରସର କାଉନସିଲର ଅଧ୍ୟାପିକା ଡ. ମମତା ସେନାପତିଙ୍କ ସଂଯୋଜନାରେ ଅନୁଷ୍ଠିତ ଜାତୀୟ ଯୁବଦିବସରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟ ଅଧ୍ୟକ୍ଷତା କରି କହିଥିଲେ, ଯୁବଶକ୍ତି ଦେଶର ମେରୁଦଣ୍ଡ, ଦେଶକୁ ପ୍ରଗତି ଓ ଉନ୍ନତି ପଥରେ ଆଗେଇନେବା ଦିଗରେ ଯୁବକମାନେ ନିର୍ଣ୍ଣାୟକ ଭୁମିକା ନେଇଥାନ୍ତି। ଅଧ୍ୟାପିକା ସୁନନ୍ଦା ସାହୁ, ଅଧ୍ୟାପକ ଶଶିକାନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ବିଦ୍ୟାର୍ଥୀମାନଙ୍କୁ ଯୁବଶକ୍ତି ଓ ସ୍ୱାମୀ ବିବେକାନନ୍ଦଙ୍କ ଜୀବନାଦର୍ଶ ସଂପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବିଦ୍ୟାର୍ଥୀମାନଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ରଶ୍ମୀରଞ୍ଜନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories