www.samajalive.in
Monday, December 8, 2025
24.1 C
Bhubaneswar

ଇ-ଲେକଚର୍ ବ୍ୟବସ୍ଥା ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ସଂସ୍କାରରେ ରାଜ୍ୟ ସରକାର ବଡ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଆରମ୍ଭ ହୋଇଛି ଇ-ଲେକଚର ବ୍ୟବସ୍ଥା। ଏହି ବ୍ୟବସ୍ଥାରେ କଲେଜ ଓ ବିଶ୍ୱବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ କରାଯାଇଛି। ଯାହାକି ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଭରଚୁଆଲ ପ୍ଲାଟଫର୍ମରେ ଏହାର ସୁବିଧା ନେବାକୁ ଉଚ୍ଚଶିକ୍ଷା ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଚିଠି ଲେଖାଯାଇଛି। vtputkal.odisha.gov.in ରେ କ୍ଲିକ୍ କଲେ ଘରେ ବସି ୪ଟି ସେମିଷ୍ଟାର କୋର୍ସ ପଢି ପାରିବେ ଛାତ୍ରଛାତ୍ରୀ। ୧୧ଟି କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରୀୟ ପାଠ୍ୟକ୍ରମ ଏହି ପୋର୍ଟାଲରେ ଅପଲୋଡ ହୋଇଛି। ଫିଜିକ୍ସ, କେମେଷ୍ଟ୍ରି, ବଟାନି, ଜୁଲୋଜି, ପଲିଟିକାଲ ସାଇନ୍ସ, ଓଡ଼ିଆ, ହିଷ୍ଟ୍ରି, ଇଂଲିଶ, ସାଇକୋଲୋଜି, କମର୍ସ ଓ ଇକୋନୋମିକ୍ସ ପରି ପାଠ୍ୟକ୍ରମ ୱେବସାଇଟରେ ଅପଲୋଡ ହୋଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories