ଚୌଦ୍ୱାର: ୫୫ ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ନିକଟ ଧୂମାବତୀ ଛକଠାରୁ ନୂଆ ପାଟଣା ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଚୌଦ୍ୱାର କଟକ ବିଧାୟକ ସୌଭିକ ବିଶ୍ୱାଳ ଏଥିରେ ଅତିଥି ଭାବେ ଯୋଗଦେଇ ୨୩ କୋଟି ୮୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପ୍ରସ୍ତାବିତ ଏହି ରାସ୍ତାର ଶିଳାନ୍ୟାସ କରିଥିଲେ। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଉପାଧ୍ୟକ୍ଷା ସୁପ୍ରିୟା ଜେଠୀ, ବାଣୀପଦା ସରପଞ୍ଚ ଜ୍ୟୋସ୍ôନାରାଣୀ ସୁବୁଦ୍ଧିରାୟ, କୟଳପଡ଼ା ସରପଞ୍ଚ ଶୈଳାବାଳା ନାୟକ, ତୀର୍ଥାନନ୍ଦ ସୁବୁଦ୍ଧିରାୟ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
ଅନୁରୂପ ଭାବେ ୩କୋଟି ୬୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ବୁଢ଼ାଲିଙ୍ଗ ଠାରୁ କୁଜିବର ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ପାଇଁ ବିଧାୟକ ଶ୍ରୀ ବିଶ୍ୱାଳ ଶିଳାନ୍ୟାସ କରିଥିଲେ। ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ସାଂସଦ ପ୍ରତିନିଧି ପ୍ରେମଚାନ୍ଦ ନାୟକ, ବିଧାୟକ ପ୍ରତିନିଧି ବିଷ୍ଣୁ ଚରଣ ପରିଡ଼ା, କାଉନସିଲର ବିଜୟ କୁମାର ମଲ୍ଲିକ, ସୁବ୍ରତ ସାମଲ, ଆଶୁତୋଷ ଦାସ, ଆର ଡି ଏସ୍ଡିଓ ସଂଜୀବ କୁମାର ରାୟ ପ୍ରମୁଖ ଉଭୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।



