www.samajalive.in
Sunday, December 7, 2025
13.1 C
Bhubaneswar

ପଡିଆରେ କ୍ରିକେଟ୍ ଖେଳୁଥିବା ବେଳେ ଖେଳାଳିଙ୍କ ମୃତ୍ୟୁ

ବାରିପଦା : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ମାଣତ୍ରୀ ମିନି ଷ୍ଟାଡିୟମ୍‌ରେ ଅଭାବନୀୟ ଘଟଣା ଘଟିଛି।  ସାଙ୍ଗ ମାନଙ୍କ ସହ କ୍ରିକେଟ୍ ଖେଳୁଥିବାବେଳେ ହଠାତ୍ ତଳେ ପଡିଯାଇ ଜଣେ ଖେଳାଳିଙ୍କର ମୃତ୍ୟୁ ଘଟିଛି। ମୃତ ଖେଳାଳି ଜଣକ ବୈଦ୍ୟନାଥ କରଙ୍କ ପୁଅ ବିକାଶ ବୋଲି ଜଣାପଡିଛି। ବିକାଶ ରବିବାର କିଛି ସାଙ୍ଗ ମାନଙ୍କ ସହ  କ୍ରିକେଟ୍ ଅଭ୍ୟାସ ମ୍ୟାଚ୍ ଖେଳୁଥିବାବେଳେ ତଳେ ପଡି ଯାଇ ଗୁରୁତର ହୋଇଥିଲେ। ସାଥୀ ଖେଳାଳି ମାନେ ତାଙ୍କୁ ତୁରନ୍ତ ମାଣତ୍ରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ମାଣତ୍ରୀ ଫାଣ୍ଡି ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories