www.samajalive.in
Sunday, December 7, 2025
14.1 C
Bhubaneswar

ଅମିତ ଶାହଙ୍କ ବଡ଼ଭଉଣୀ ରାଜେଶ୍ବରୀବେନ୍‌ଙ୍କ ପରଲୋକ, ଗୃହମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମ ବାତିଲ

ମୁମ୍ବଇ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବଡ଼ ଭଉଣୀ ରାଜେଶ୍ବରୀବେନ୍‌ ଶାହଙ୍କ ପରଲୋକ ଘଟିଛି। ସୋମବାର ମୁମ୍ବଇସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସ‌ାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ବଡ଼ଭଉଣୀଙ୍କ ମୃତ୍ୟୁ ଖବର ପାଇ ଅମିତ ଶାହ ଗୁଜରାଟରେ ତାଙ୍କର ସମସ୍ତ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ତୁରନ୍ତ ବାତିଲ କରିଦେଇଛନ୍ତି। ଅମିତ ଶାହ ମକର ସଂକ୍ରାନ୍ତି ପର୍ବ ପାଳନ ପାଇଁ ଅହମ୍ମଦାବାଦରେ ପହଞ୍ଚିଥିଲେ କିନ୍ତୁ ହଠାତ୍‌ ତାଙ୍କ ବଡ଼ ଭଉଣୀଙ୍କ ଦେହାନ୍ତ ଖବର ଆସିଥିଲା।

ଜଣେ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ, ୬୫ବର୍ଷୀୟ ରାଜେଶ୍ୱରୀବେନଙ୍କ ଫୁସଫୁସ ପ୍ରତିରୋପଣ କରାଯାଇଥିଲା। କିଛିମାସ ତଳେ ସେ ଅସୁସ୍ଥ ହେବାରୁ ତାଙ୍କୁ ମୁମ୍ବଇର ଏକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି।

- Advertisement -

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories