www.samajalive.in
Sunday, December 7, 2025
13.1 C
Bhubaneswar

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ହତ୍ୟା ଧମକ ଦେଲା ପନ୍ନୁ

ନୂଆଦିଲ୍ଲୀ : ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ହତ୍ୟା ଧମକ। ଖଲିସ୍ତାନୀ ସମର୍ଥକ ଓ ତଥା ଶିଖ୍‌‌ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଏହି ହତ୍ୟା ଧମକ ଦେଇଛି ବୋଲି ମଙ୍ଗଳବାର ଖବର ସାମ୍ନାକୁ ଆସିଛି। ପନ୍ନୁ ବର୍ତ୍ତମାନ ଆମେରିକାରେ ଥିବା ନେଇ ସୂଚନା ମିଳିଛି।
ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ପନ୍ନୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ଜୀବନରୁ ମାରିବାକୁ ଧମକ ଦେଇଛି। ଜାନୁଆରୀ ୨୬ରେ ଅର୍ଥାତ ସାଧାରଣତନ୍ତ୍ର ଦିବସ ଦିନ ଭଗବନ୍ତ ମାନଙ୍କ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛି। ଆକ୍ରମଣ ପାଇଁ ନିଜ ସହ ଗ୍ୟାଙ୍ଗଷ୍ଟରଙ୍କୁ ଆସିବାକୁ କହିଛି।
ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ପଞ୍ଜାବରେ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ଶକ୍ତ କାର୍ଯ୍ୟାନୁଷ୍ଠାନକୁ ନେଇ ପନ୍ନୁ ଏହାର ଫାଇଦା ନେବାକୁ ଚାହୁଁଛି। ଏଥିପାଇଁ ପନ୍ନୁ ନିଜ ସହ ଗ୍ୟାଙ୍ଗଷ୍ଟରଙ୍କୁ ଡାକି ସେମାନଙ୍କ ପ୍ରତି ନିଜର ସମବେଦନା ଜଣାଉଛି। ଏଥିପାଇଁ ନିଜ ସହ ଗ୍ୟାଙ୍ଗଷ୍ଟରଙ୍କୁ ଆସିବାକୁ କହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories