www.samajalive.in
Sunday, December 7, 2025
16.1 C
Bhubaneswar

ବୌଦ୍ଧରେ ପାଣି ପଞ୍ଚାୟତ ପକ୍ଷ ପାଳନ ଶୁଭାରମ୍ଭ

ବୌଦ୍ଧ: ଜଳ ସମ୍ପଦ ବିଭାଗ ଓଡ଼ିଶା ସରକାରଙ୍କ ପାଣିପଞ୍ଚାୟତ ପକ୍ଷ ପାଳନ ଅବସରରେ ବୌଦ୍ଧ ଜଳସେଚନ ବିଭାଜନ ପକ୍ଷରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ଠାରେ ଜଳସେଚନ ବିଭାଜନର ନିର୍ବାହୀ ଯନ୍ତ୍ରୀ ନରେଶ କୁମାର ବାରିକ୍‌‌ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥ ଭାବେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଜଳସେଚନ ଉପରେ ଗୁରୁତ୍ୱ ଦେବା ସହ ଜଳ ସଂରକ୍ଷଣ ଓ ପାଣିପଞ୍ଚାୟତ ଜରିଆରେ ଏହାର ସୁବିନିଯୋଗ କରି ଜିଲାରେ କୃଷିର ଉନ୍ନତି ସକାଶେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ଦାରିଦ୍ୟଭଞ୍ଜନ ମଦନ ମୋହନ ପାତ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories