ଜାତୀୟ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ କର୍ମଶାଳା
ବୌଦ୍ଧ: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଭୁବନେଶ୍ଵର ଠାରେ ଥିବା ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ତରଫରୁ ମହାକାଶ ବିଜ୍ଞାନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର କରୁଣାକର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଦାର୍ଥ ବିଜ୍ଞାନ ଉପରେ ଆଲୋଚନା କରିବା ସହ ବିଜ୍ଞାନ ଗବେଷଣା କ୍ଷେତ୍ରରେ ଯୋଗ ଦେବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ।
Comments are closed.