www.samajalive.in
Saturday, December 13, 2025
23.1 C
Bhubaneswar

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ

ଫୁଲବାଣୀ: ବରିଷ୍ଠ ନାଗରିକ ମାନଙ୍କୁ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଆୟୋଜିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଅବସରରେ ଆଜି ଏକ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସାର୍ତ୍ତାଗୁଡ଼ା ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରଦନ ମଲିକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ପ୍ରବୀଣ କୁମାର ବାଣୁଆ, ଜିଲା ଜରୁରୀ କାଳିନ ଅଧିକାରୀ ରଂଜନ କୁମାର ମାର୍ଥା, ଡ଼େପୁଟି କଲେକ୍ଟର ବିକ୍ରମ କେଶରୀ ନାୟକ, ବରିଷ୍ଠ ଡାକ୍ତର ଚିନାରୀ ସୁବୁଦ୍ଧି ପ୍ରମୁଖ ଯୋଗଦେଇ ଶୁଭାରମ୍ଭ କରିଥିଲେ। କନ୍ଧମାଳ ଜିଲାର ବିଭିନ୍ନ ବ୍ଳକରୁ ୧୦୭ ଜଣ ତୀର୍ଥଯାତ୍ରୀ ଏହି ଯାତ୍ରରେ ସାମିଲ୍‌‌ ହୋଇଥିବା ବେଳେ ସେମାନେ ୬ ଦିନ ବ୍ୟାପି ବାରଣାସି, ପ୍ରୟାଗରାଜ ଓ ଅନ୍ୟାନ୍ୟ ଧାର୍ମିକ ସ୍ଥଳ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଥିବା ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories