www.samajalive.in
Monday, December 8, 2025
24.1 C
Bhubaneswar

ପୁଣି କଟକରେ ଅଘଟଣ : ମାଞ୍ଜା ସୂତା ଲାଗି କଟିଲା ଜଣଙ୍କ ବେକ

କଟକ: କଟକ କାଠଯୋଡି ବ୍ରିଜ୍ ନିକଟରେ ଅଭାବନୀୟ ଘଟଣା ଘଟିଛି। ମାଞ୍ଜା ସୂତାରେ ପୁଣି ଜଣେ ବ୍ୟକ୍ତିଙ୍କ ବେକ କଟିଯାଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତି ଜଣକ ଅକ୍ଷୟ ମହାପାତ୍ର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଶୁକ୍ରବାର ରାତିରେ ଅକ୍ଷୟ ତାଙ୍କର କଲ୍ୟାଣ ନଗର ଘରୁ ଭୁବନେଶ୍ବରକୁ ଯାଉଥିଲେ । ଏହି ସମୟରେ ଗୁଡିର ସୂତା ତାଙ୍କ ବେକରେ ଗୁଡାଇ ହୋଇଯାଇଥିଲା। ଫଳରେ ଅକ୍ଷୟଙ୍କ ବେକରେ ଗଭୀର କ୍ଷତ ସୃଷ୍ଟି ହୋଇ ରକ୍ତସ୍ରାବ ହୋଇଥିଲା। ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡିଛି। ତେବେ କଟକରେ ମାଞ୍ଜା ସୂତାରେ ୪ଜଣଙ୍କର ଜୀବନ ଗଲାଣି। ତଥାପି ଲୋକ ସଚେତନତା ଅବଲମ୍ବନ କରୁନାହାନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories