www.samajalive.in
Friday, December 12, 2025
16.1 C
Bhubaneswar

ସମ୍ବଲପୁରରୁ ମଦୁରାଇ ଓ ରାମେଶ୍ୱର ଯାତ୍ରାର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର ସମ୍ବଲପୁରରୁ ବରିଷ୍ଠ ନାଗରିକମାନେ ତୀର୍ଥଯାତ୍ରାରେ ମଦୁରାଇ ଓ ରାମେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇଥିଲେ। ଯାତ୍ରୀମାନେ ସେମାନଙ୍କ ପ୍ରତିକ୍ରିୟାରେ ସରକାରଙ୍କ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ। ତୀର୍ଥଯାତ୍ରା ପାଇଁ ସେମାନଙ୍କ ଆଶା ପୂରଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସଚିବାଳୟରେ ଆୟୋଜିତ ଭିଡିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା, ମୁଖ୍ୟ ସଚିବ, ପର୍ଯ୍ୟଟନ ସଚିବ, ପର୍ଯ୍ୟଟନ ନିର୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ବଲପୁର ରେଳଷ୍ଟେସନରେ ଜଳସମ୍ପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ଉପସ୍ଥିତ ରହିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories