www.samajalive.in
Sunday, December 14, 2025
19.1 C
Bhubaneswar

ନୟାଗଡ ରାମମନ୍ଦିରରେ ହେବ ପ୍ରାଣ ପ୍ରତିଷ୍ଠା

ନୟାଗଡ: ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ସ୍ଥାପନ ନେଇ ସାରା ଦେଶରେ ଉତ୍ସବର ପରିବେଶ ରହିଥିବା ବେଳେ ନୟାଗଡ ଜିଲ୍ଲା ଫତେଗଡରେ ମିନି ଅଯୋଧ୍ୟା ଭଳି ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଫତେଗଡ ଗାଁ ନିକଟ ପାହାଡ ଉପରେ ନିର୍ମାଣ ହୋଇଛି ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର। ଗତ ୧୭ ତାରିଖରୁ ମନ୍ଦିରର ପ୍ରତିଷ୍ଠା ସାଙ୍ଗକୁ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ କାର‌୍ୟ୍ୟକ୍ରମ ଜାରି ରହିଛି । ଅଯୋଧ୍ୟା ରାମମନ୍ଦିର ସହ ସୋମବାର ଫତେଗଡ ରାମ ମନ୍ଦିରର ମଧ୍ୟ ପ୍ରାଣ ପ୍ରତିଷ୍ଠା କରାଯିବ । ଯାହାକୁ ନେଇ ସାରା ଅଂଚଳରେ ଉତ୍ସାହ ଦେଖିବାକୁ ମିଳିଛି।

ସମୁଦ୍ର ପତନ ଠାରୁ ୧୬୦୦ ଫୁଟ ଉଚ୍ଚ ପାହାଡ ଉପରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ କରାଯାଇଛି । ବଉଳମାଳା ପଥରରେ ନିର୍ମିତ, ପୁଷ୍ପ ସଜ୍ଜିତ ଏହି ମନ୍ଦିରର ରୂପ ଅନନ୍ୟ ଆଉ ଅତ୍ୟନ୍ତ ଆକର୍ଷଣୀୟ ହୋଇଛି । ମନ୍ଦିର ଓ ପ୍ରଭୁ ଶ୍ରୀରାମଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା ପାଇଁ ବେଢ଼ାରେ ଚାଲିଛି ଯଜ୍ଞ । ପଣ୍ଡିତଙ୍କ ମନ୍ତ୍ର ଉଚାରଣ ସହ ଦିଆଯାଉଛି ଆହୁତି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories