www.samajalive.in
Saturday, December 6, 2025
19.1 C
Bhubaneswar

ସୈଫ୍‌ ଅଲୀ ଖାନ ଡାକ୍ତରଖାନାରେ ଭର୍ତ୍ତି; ହୋଇଛି ଅସ୍ତ୍ରୋପଚାର

ମୁମ୍ବଇ: ବଲିଉଡ଼ର ଲୋକପ୍ରିୟ ଅଭିନେତା ସୈଫ୍‌ ଅଲୀ ଖାନଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅଭିନେତାଙ୍କୁ ସୋମବାର ସକାଳେ ମୁମ୍ବଇର କୋକିଲାବେନ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ସୈଫ୍‌ଙ୍କ ଆଣ୍ଠୁ ଏବଂ କାନ୍ଧରେ ଆଘାତ ଲାଗିଛି। କୁହାଯାଉଛି ଯେ, ତାଙ୍କ ଆଣ୍ଠୁର ଅସ୍ତ୍ରୋପଚାର କରାଯାଇଛି। ତେବେ ସୈଫ୍‌ କିପରି ଆହତ ହୋହେଲେ ସେନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ହସ୍ପିଟାଲରେ ସୈଫ୍‌ଙ୍କ ସହ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ କରୀନା କପୁର ଖାନ ମଧ୍ୟ ଡାକ୍ତରଖାନାରେ ଉପସ୍ଥିତ ଥିବା ଜଣାପଡ଼ିଛି।

ଏଠାରେ ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ କୋକିଲାବେନ୍ ହସ୍ପିଟାଲ ପକ୍ଷରୁ ସୈଫ୍‌ ଅଲୀ ଖାନଙ୍କ ଅସ୍ତ୍ରୋପଚାର ସଂପର୍କରେ କୌଣସି ବୟାନ ଦିଆଯାଇନାହିଁ। ଏଥିସହ ସୈଫ୍‌ ଏବଂ କରୀନା ମଧ୍ୟ ସାମାଜିକ ଗଣମାଧ୍ୟମରେ ଏନେଇ କୌଣସି ସୂଚନା ଦେଇନାହାନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories