www.samajalive.in
Tuesday, December 9, 2025
16.1 C
Bhubaneswar

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ଗ୍ରସ୍ତ, ଯୁବକ ଗୁରୁତର

ପାଟଣା : କେନ୍ଦୁଝର ଜିଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ର ନିହ୍ନୁଆଁ ଛକ ନିକଟରେ ଆଜି ସଂନ୍ଧ୍ୟାରେ ଏକ ବାଇକ‌ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି।‌ ଦୁର୍ଘଟଣା ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ଠାକୁରମୁଣ୍ଡା ଥାନା କେଲପଶି ଗ୍ରାମର ଗିରିଶ ମହାନ୍ତ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି। ସେ କେନ୍ଦୁଝର ରୁ ବାଇକ୍ ଯୋଗେ ନିଜ ଗ୍ରାମକୁ ଫେରୁଥିବା ସମୟରେ ନିହ୍ନୁଆଁ ଛକ ଠାରେ ଥିବା ହମ୍ପ ରେ ତାଙ୍କ ବାଇକ୍ ଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories