www.samajalive.in
Monday, December 8, 2025
13.1 C
Bhubaneswar

ନିଲମ୍ବନ ପ୍ରତ୍ୟାହୃତ: କଂଗ୍ରେସ ଦଳକୁ ଫେରିଲେ ୩ ନେତା

ଭୁବନେଶ୍ଵର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଛି। କଂଗ୍ରେସ ପ୍ରଭାରୀ ଅଜୟ କୁମାର ନିଲମ୍ବନ ପ୍ରତ୍ୟାହାର ନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ସୋମବାର କଂଗ୍ରେସରୁ ନିଲମ୍ବିତ ତିନି ନେତା ଓ ଅଜୟ କୁମାରଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଏହାପରେ ତିନି ନେତା ଦଳକୁ ଫେରିବେ ବୋଲି ଚର୍ଚ୍ଚା ଜୋର୍ ଧରିଥିଲା । ମଙ୍ଗଳବାର ଏହି ୩ ନେତାଙ୍କର ଘର ବାହୁଡା ହୋଇଛି । ପୁର୍ନବାର ଏମାନେ କଂଗ୍ରେସ ଦଳକୁ ଫେରିଛନ୍ତି। ତେବେ ୨୦୨୩ ଜୁଲାଇ ୧୫ ତାରିଖରେ ଦଳ ବିରୋଧୀ ମନ୍ତବ୍ୟ ଦେବା ଅଭିଯୋଗରେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା । ସେହିପରି କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୧୯ ଜାନୁଆରୀ ୨୦୧୯ରେ ବହିଷ୍କାର କରାଯାଇଥିଲା।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories