www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀକଲା ଘାଟିରେ କାର୍ ଦୁର୍ଘଟଣାରେ ୩ ଆହତ

ଜି.ଉଦୟଗିରି : ଶ୍ରୀକଲା ଘାଟିରେ ଆଜି ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୩ ଜଣ ଆହତ ହୋଇ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ଜି.ଉଦୟଗିରି ଅଞ୍ଚଳରେ କିଛି ଦିନ ହେଲା ସିନେମା ସୁଟିଂ ଚାଲିଥିବାବେଳେ ଆଜି ସକାଳେ ଅଭିନେତା ଅଭିଷେକ ଗିରି ନିଜ କାର ନଂ ଓଡି ୦୨ ବିପି ୯୮୫୯ ଯୋଗେ ଅଭିନେତ୍ରୀ ଶାୟନ ମୁଖାର୍ଜୀ ଓ ସାଥି ସୁନିଲ କୁମାରଙ୍କ ସହ ଶ୍ରୀକଲା ଘାଟି ଅଞ୍ଚଳ ଦେଇ ବୁଲିବାକୁ ଯାଇଥିଲେ । ଘନ କୁହୁଡି ଯୋଗୁଁ ଭାରସାମ୍ୟ ହରାଇ କାରଟି ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଖସିପଡିଥିଲା। ଫଳରେ ଅଭିନେତା ଅଭିଷେକ ଗିରି, ଅଭିନେତ୍ରୀ ଶାୟନ ମୁଖାର୍ଜୀ ଓ ସୁନିଲ କୁମାର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଖବରପାଇ ଜି.ଉଦୟଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories