www.samajalive.in
Monday, December 8, 2025
17.1 C
Bhubaneswar

ଇଂରେଜମାନଙ୍କ କବଳରୁ ଭାରତକୁ ସ୍ୱାଧୀନ କରାଇବାରେ ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଅବଦାନ ଚିରସ୍ମରଣୀୟ

ଭୁବନେଶ୍ୱର : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠାତା ସୁବାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଓ ବୀର ସୁରେନ୍ଦ୍ର ସାଏଙ୍କ ୨୧୪ତମ ଜନ୍ମଜୟନ୍ତୀ ଆଜି ପାର୍ଟୀ ତରଫରୁ ପାଳିତ ହୋଇଛି। ଦୁଇ ଓଡିଆ ପୁଅ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଦେଶମାତୃକା ପାଇଁ ତ୍ୟାଗ, ବଳିଦାନ, ବୀରତ୍ୱ, ନେତୃତ୍ୱ ଓ ପରାକ୍ରମ ନିଶ୍ଚିତ ଭାବେ ଆଗାମୀ ଯୁବପିଢୀଙ୍କ ପାଇଁ ପ୍ରେରଣାର ଉତ୍ସ। ଦେଶମାତୃକାର ସେବା କରିବା ଓ ବ୍ରିଟିଶ ଶାସନ ବିରୁଦ୍ଧରେ ଲଢେଇ କରିବା ପାଇଁ ବିଳାସପୂର୍ଣ୍ଣ ଜୀବନଯାପନକୁ ପରିତ୍ୟାଗ କରି ଆଗେଇ ଆସିଥିବା ଉଚ୍ଚଶିକ୍ଷିତ, ମେଧାବୀ, ବିଚକ୍ଷଣ ବୁଦ୍ଧି, ଜ୍ଞାନର ଅଧିକାରୀ ନେତାଜୀ ସୁବାଷ ଚନ୍ଦ୍ର ବୋଷ କେବଳ ଭାରତରେ ନୁହେଁ ଆର୍ନ୍ତଜାତୀୟ ସ୍ତରରେ ମଧ୍ୟ ନିଜ ପରାକ୍ରମତାର ପରିଚୟ ଦେଇଥିଲେ। ସେହିପରି ଅନ୍ୟତମ ବରପୁତ୍ର ବୀର ସୁରେନ୍ଦ୍ର ସାଏ ୨୦ବର୍ଷ ଧରି ବ୍ରିଟିଶମାନଙ୍କ ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ। ସୁରେନ୍ଦ୍ର ସାଏଙ୍କ ସଙ୍ଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳରେ ବ୍ରିଟିଶଙ୍କୁ ବିପଦରେ ପକାଉଥିଲା । ଇଂରେଜମାନଙ୍କ କବଳରୁ ଭାରତକୁ ସ୍ୱାଧୀନ କରାଇବାରେ ଏହି ୨ଜଣ ବୀର ମହାପୁରୁଷଙ୍କ ଅବଦାନ ଚିରସ୍ମରଣୀୟ। ଆଜିର ଯୁବପିଢ଼ୀ ଦୁଇ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିକୁ ମନେ ପକାଇ ନୀତି ଓ ଆଦର୍ଶରେ ନିଶ୍ଚିତ ଭାବେ ଅନୁପ୍ରାଣିତ ହେବା ଆବଶ୍ୟକ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ଆଜି ରାଜ୍ୟ ସଭାପତି ମନମୋହନ ସାମଲ ଭଦ୍ରକ ଜିଲା ଚାନ୍ଦବାଲିଠାରେ ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉପସଭାପତି  ବିରଞ୍ଚି ନାରାୟଣ ତ୍ରିପାଠୀ, ରାଜ୍ୟ ସଂପାଦକ ଅଭିମନ୍ୟୁ ସେଠୀ ପ୍ରମୁଖଙ୍କ ସମେତ ଜିଲାର ବହୁ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

- Advertisement -

ସେହିପରି ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ବୁଦ୍ଧିଜୀବୀ ପ୍ରକୋଷ୍ଠ ତରଫରୁ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା। ଭାରତୀୟ ଜନତା ପାର୍ଟୀର ପ୍ରଥମ ବିଧାୟକ ତଥା ବରିଷ୍ଠ ନେତା ପ୍ରସନ୍ନ ପଟ୍ଟନାୟକ, ବରିଷ୍ଠ ନେତା ଡ.ରାଧାନାଥ ପ୍ରହଲାଦ, ସଜ୍ଜନ ଶର୍ମା, ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଭୁବନାନନ୍ଦ ତ୍ରିପାଠୀଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ରହି ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories