www.samajalive.in
Wednesday, December 10, 2025
23.1 C
Bhubaneswar

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ କଣ୍ଟାବାଞ୍ଜି ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ବିଦ୍ୟାମନ୍ଦିରର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଆଚାର୍ଯ୍ୟ, ଗୁରୁମା ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶିବିର ଆରମ୍ଭ କରାଯାଇଥିଲା । ଆବଶ୍ୟକସ୍ଥଳେ ଔଷଧ ମଧ୍ୟ ବଣ୍ଟନ କରାଯାଇଥିଲା । ବିଦ୍ୟା ମନ୍ଦିର ପରିଚାଳନା ସଭାପତି କୁଞ୍ଜ ବିହାରୀ ବେହେରା, ଉପସଭାପତି ସୁଷମା ମହାନନ୍ଦ , ସମ୍ପାଦକ ଯୁବରାଜ ମେହେର ପ୍ରମୁଖ ଉପସ୍ଥିତ ଥିବାବେଳେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମେଡିକାଲ ଅଫିସର ଡାକ୍ତର ପଙ୍କଜ କୁମାର ଗୁପ୍ତା, ଫାର୍ମାସିଷ୍ଟ ଭବାନୀ ଶଙ୍କର ବନଛୋର, ଲ୍ୟାବ ଟେକନିସିଆନ ଜୟଦେବ ଗହିର ପ୍ରମୁଖ ଶିବିର ପରିଚାଳନା କରିଥିଲେ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories