www.samajalive.in
Saturday, December 13, 2025
26.1 C
Bhubaneswar

ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ରେଙ୍ଗାଲିକ୍ୟାମ୍ପ : ଆଜି ଓଡ଼ିଶା ମାଟିର ଦୁଇ ବୀରପୁତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପବିତ୍ର ଜନ୍ମଜୟନ୍ତୀ ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ତରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ସମସ୍ତଙ୍କ ଶୁଭ ମନାସି ଶିଶୁମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ଗୁରୁମା ସୁଶ୍ରୀ ଜୟନ୍ତୀ ରଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ବିଷୟରେ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଗୁରୁମା ଗୁରୁଜୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories