www.samajalive.in
Wednesday, December 10, 2025
17.1 C
Bhubaneswar

ବଜ୍ରକାପ୍ତା କାତି ଜବତ, ୨ ଗିରଫ

ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ଠାକୁରମୁଣ୍ଡା ରେଞ୍ଜର ଖପରଖାଇ ଗାଁରୁ ବୁଧବାର ବିକ୍ରି କରିବାକୁ ରଖାଯାଇଥିବା ବଜ୍ରକାପ୍ତା କାତି ଜବତ କରିଛି ବନବିଭାବ। ଏଥିସହ ଘଟଣାରେ ସମ୍ପୃକ୍ତ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗତକାଲି କୌଣସି ସୂତ୍ରରୁ ଖବର ପାଇ କରଞ୍ଜିଆ ବନଖଣ୍ଡ ଅଧିକାରୀ, ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ କରଞ୍ଜିଆ ଠାକୁରମୁଣ୍ଡା ରେଞ୍ଜର ବନ କର୍ମଚାରୀଙ୍କୁ ନେଇ ଅତର୍କିତ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଏଥିରେ ସମ୍ପୃକ୍ତ ଥିବା କରନ ସିଂ ହାଁସଦା(୫୦) ଏବଂ ଦୁବୁରାଜ ଗଗୋରାଇ(୪୦)ଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୪ କେଜି ୫୦୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି ଠାକୁରମୁଣ୍ଡା ବନବିଭାଗ। ବର୍ତ୍ତମାନ ଶିମିଳିପାଳ ଅଭୟାରଣ୍ୟରେ ମିଳିତ ପାଟ୍ରୋଲିଂ ଚାଲିଥିଲେ ମଧ୍ୟ ଶିକାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ଚକମା ଦେଇ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଶିକାର କରୁଥିବା ଘଟଣା ପ୍ରତ୍ୟେକ ଦିନ ସାମ୍ନାକୁ ଆସୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories