www.samajalive.in
Monday, December 15, 2025
24.1 C
Bhubaneswar

କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝି

କଳାହାଣ୍ଡି: କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝି । କଳାହାଣ୍ଡି ଜିଲା ସଦର ମହକୁମା ଭବନୀପାଟଣାରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ହାତ ଧରିଛନ୍ତି ବଳଭଦ୍ର । ଜାନୁଆରୀ ୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ବଳଭଦ୍ର । ବୁଧବାର ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ ।
ନିଜ ଅଂଚଳର ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବଳଭଦ୍ର କଂଗ୍ରେସରେ ସାମିଲ ହୋଇଥିବା କହିଛନ୍ତି । ପୂର୍ବରୁ ସେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଛନ୍ତି । କଳାହାଣ୍ଡି ଜିଲା ନର୍ଲା ଆସନରୁ ୪ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ ଆସନରୁ ଥରେ ବିଜୟୀ ହୋଇଥିଲେ । ଏହାସହିତ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories