www.samajalive.in
Monday, December 8, 2025
27.1 C
Bhubaneswar

ଘାଟିରେ ଯାତ୍ରାପାର୍ଟି ଟ୍ରକ ଓଲଟି ମୃତ୍ୟୁ ଘଟଣା ; ସହାୟତାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ୪୯ ନମ୍ବର ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟଣାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି।


ସୂଚନା ଯୋଗ୍ୟ, ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରିଥିଲେ। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗି ରହିଥିବା ବେଳେ ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା ଘଟିଛି।

- Advertisement -

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories