ଆଜି ବି ବର୍ଷା ଓ କୋହଲା ପାଗ: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଅଦିନିଆ ବର୍ଷା ସାଙ୍ଗକୁ କୋହଲା ପାଗରେ ଥରୁଛି ପୁରା ରାଜ୍ୟ । ଆଉ ଏଥିଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଉତ୍ତର ପଶ୍ଚିମ ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନ ରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି। ବୁଧବାର ଉତ୍ତର ଓ ଦକ୍ଷିଣ ଓଡିଶାର ୧୨ଟି ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା । ସେହିପରି ଗୁରୁବାର ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଶୁକ୍ରବାର ଠାରୁ ପାଗରେ ପରିବର୍ତ୍ତନ ସହ ଦିନର ତାପମାତ୍ରା ସାମାନ୍ୟ ବଢିବ । ଏବଂ ରାତି ତାପମାତ୍ରା କିନ୍ତୁ ସ୍ବାଭାବିକଠାରୁ ଦୁଇରୁ ତିନି ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Comments are closed.