www.samajalive.in
Monday, December 15, 2025
24.1 C
Bhubaneswar

‘ମତଦାନର ବିକଳ୍ପ ନାହିଁ, ମୁଁ ନିଶ୍ଚିତ ଭାବେ ମତଦାନ କରିବି’

ଭୁବନେଶ୍ୱର: ୧୪ତମ ଜାତୀୟ ମତଦାତା ଦିବସ ଉପଲକ୍ଷେ ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସଂକଳ୍ପ ପାଠ କରାଇଥିଲେ। ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତିବର୍ଷ ଜାନୁଆରୀ ୨୫ ତାରିଖରେ ଜାତୀୟ ମତଦାତା ଦିବସ ପାଳନ କରାଯାଉଛି ।

ଚଳିତ ବର୍ଷ ଏହି ଦିବସ ପାଳନର ପ୍ରସଙ୍ଗ ରହିଛି- ‘ମତଦାନର ବିକଳ୍ପ ନାହିଁ, ମୁଁ ନିଶ୍ଚିତ ଭାବେ ମତଦାନ କରିବି’ । ଜାତୀୟ ଭୋଟର ଦିବସର ସଂକଳ୍ପ ଅନୁସାରେ ଭାରତର ନାଗରିକ ଭାବରେ ଗଣତନ୍ତ୍ରରେ ନିଜର ପୂର୍ଣ୍ଣଆସ୍ଥା ରଖି, ନିଜ ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ୟ୍ୟାଦା ବଜାୟ ରଖିବା ତଥା ମୁକ୍ତ, ଅବାଧ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁର୍ଣ୍ଣ ରଖି, ନିର୍ଭିକ ହୋଇ, ଜାତି, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନ ହୋଇ ପ୍ରତ୍ୟେକ ନିର୍ବାଚନରେ ନିଜ ମତାଧିକାର ସାବ୍ୟସ୍ତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ସମସ୍ତଙ୍କୁ ଶପଥପାଠ କରାଇଥିଲେ।

- Advertisement -

ଏହି ଶପଥ ପାଠ କାର୍ଯ୍ୟକ୍ରମ ସମୟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ୟ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ମତଦାତା ଦିବସର ସଂକଳ୍ପ ପାଠ କରିଥିଲେ।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories