www.samajalive.in
Wednesday, December 10, 2025
26.1 C
Bhubaneswar

ଦେଓଗାଁରେ ୭୫ ତମ ସାଧାରଣତନ୍ତ୍ର ଦିବସ

ଦେଓଗାଁ: ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିବା ବେଳେ ବିଡିଓ କ୍ଷମାନିଧି ଭୋଇ ସ୍ୱାଗତ ଭାଷଣ ଦେଇ ସମ୍ବର୍ଦ୍ଧନା ଦେଇଥିଲେ। ସେହିପରି ତହସିଲ ଅଫିସ ରେ ତହସିଲଦାର ଯୁଗଳ କିଶୋର ବିଶ୍ୱାଳ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଡା ଚିତ୍ତରଂଜନ ମିଶ୍ର , ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଫିସରେ ବିଇଓ ମମତା ମହାଡ଼ିକ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ବ୍ଲକର ସମସ୍ତ ପଞ୍ଚାଯତରେ ସରପଞ୍ଚ ଏବଂ ସମବାୟ ସମିତି ଗୁଡିକରେ ସଭାପତିମାନେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେହିପରି ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଥିବା ସାଧାରଣ ତନ୍ତ୍ର ଦିବସରେ ପ୍ରଧାନ ଶିକ୍ଷକ ଅମରେଶ ଭୋଇଙ୍କ ସଭାପତିତ୍ୱରେ ଏକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଭକ୍ତ ଚରଣ ସାହୁ, ଶ୍ୟାମ ସୁନ୍ଦର ସାହୁ ଯୋଗ ଦେଇ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରିଥିବା ଜଣାପଡିଛି। ବ୍ଲକ ଅଞ୍ଚଳରେ ରେ ଥିବା ସମସ୍ତ ବେସରକାରୀ ସରକାରୀ ଅନୁଷ୍ଠିତ ଗୁଡିକ ରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରି ସାଧାରଣ ତନ୍ତ୍ର ଦିବସ ପାଳନ ହୋଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories