ପୁରୀ: କାକଟପୁର ଅସ୍ତରଙ୍ଗ ଥାନା ଆଳସାହି ଗାଁରେ ଅଭାବନୀୟ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ୍ ହୋଇଛି। ଲୁଟର ଶିକାର ହୋଇଥିବା ବ୍ୟକ୍ତି ଜଣକ ବିଷ୍ଣୁ ଚରଣ ମଲ୍ଲିକ ବୋଲି ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ କିଛି ଲୁଟେରା ଗ୍ରୀଲ ତାଡି ବିଷ୍ଣୁ ଚରଣଙ୍କ ଘରେ ପଶିଥିଲେ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଟଙ୍କାର ସୁନା ଗହଣା ସାଙ୍ଗକୁ ନଗଦ ୮୦ହଜାର ଟଙ୍କା ଚୋରି କରିନେଇଥିବା ଅଭିଯୋଗ ହୋଇଛି । ଏ ନେଇ ବିଷ୍ଣୁ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।
Popular Categories



