www.samajalive.in
Thursday, December 11, 2025
16.1 C
Bhubaneswar

ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ନାରାୟଣପୁର ପଞ୍ଚାୟତରେ ଥିବା ସରକାରୀ (SSD) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶିରିପୁରରେ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ର ଆୟୋଜନ ଓ “ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ” ର ଉଦଘାଟନ ପରିପ୍ରେକ୍ଷୀରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ଭାଷା ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ନିମନ୍ତେ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ ସାଧାରଣ ଜ୍ଞାନ, ସଂଗୀତ, ପ୍ରବନ୍ଧ, ଗଳ୍ପ ଲିଖନ, ବ୍ୟାକରଣ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହେଇ ଥିଲା । ବୈଠକରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ସରୋଜ କୁମାରୀ ମହାପାତ୍ର ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ ଦାସ, ସମ୍ମାନୀୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ଆଲୋକ ପଦାନ ଯୋଗ ଦେଇଥିଲେ, ଓଡ଼ିଆ ଶିକ୍ଷୟିତ୍ରୀ ଶୁଭଶ୍ରୀ ପଣ୍ଡା ମଞ୍ଚାସିନ ରହିଥିଲେ ।ପିଲାମାନଙ୍କୁ ସାହିତ୍ୟର ମହତ୍ୱ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ। ଧିରେନ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ। ପ୍ରତିଯୋଗିତାରେ କୃତିପ୍ରତିଯୋଗୀଙ୍କୁ ଅତିଥୀଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories