www.samajalive.in
Wednesday, December 10, 2025
23.1 C
Bhubaneswar

ଦେଶର ସ୍ବାଧୀନତା ପାଇଁ ନୀଳମଣି ସାମଲଙ୍କ ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି।

- Advertisement -

ସ୍ବର୍ଗତ ନୀଳମଣି ସାମଲଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories