www.samajalive.in
Sunday, December 7, 2025
26.1 C
Bhubaneswar

ଗୋପାଳପୁର ବେଳାଭୂମି ମହୋତ୍ସବର ତୃତୀୟ ସନ୍ଧ୍ୟା, ଝୁମିଲେ ଦର୍ଶକ

ଗୋପାଳପୁର : ଗୋପାଳପୁର ବେଳାଭୂମି ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଲୋକକଳା ନୃତ୍ୟ ସମେତ ଓଡ଼ିଆ ଓ ହିନ୍ଦୀ ଜଗତର ଗାୟିକାଙ୍କ ଗୀତରେ ଦର୍ଶକମାନେ ଝୁମିଥିଲେ । ସନ୍ଧ୍ୟାରେ ବ୍ରହ୍ମପୁରର ଆରାଧ୍ୟା ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଓଡିଶୀ ନୃତ୍ୟ ପରିବେଷଣ ସହ ଗୁରୁ କେଳୁ ଚରଣ କଳା ତୀର୍ଥ କଳାକେନ୍ଦ୍ର, ନାଟରାଜ ଡ୍ୟାନ୍ସ ଗ୍ରୁପ, ନୃତ୍ୟନସି ଏକାଡେମୀ, ଲିଷମ ଡ୍ୟାନ୍ସ ସ୍ତୁଡ଼ିଓ, ମୀନା କଲଚୁରାଲ ଆର୍ଟିଷ୍ଟ, ଓଡିଶୀ ନୃତ୍ୟାୟନ, ଟ୍ୱିଙ୍କେଲ ଫେସନ ଏକାଡେମୀ, ରୋକଷ୍ଟାର ଡ୍ୟାନ୍ସ ଏକାଡେମୀ, ସଂସ୍କୃତି ଭବନମ, ବ୍ରହ୍ମପୁର ସ୍କେଟିଂ ଏକାଡେମୀ, କୋରାପୁଟର ଢେମସା, ପୁରୀର ସାହି ଯାତ୍ରା ମେଢ଼ ନାଚ, ବଲାଙ୍ଗୀରର ଜୟ ମା ଦୁର୍ଗା କଳା ପରିଷଦର ଘୁଡକୀ ନୃତ୍ୟ, କଟକ ଚୌଦାର ସଂଗୀତ କଳା ସଂସଦ ପକ୍ଷରୁ ଘୋଡା ନାଚ ଆଦି ପରିବେଷଣ କରାଯାଇଥିଲା l

ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସଭାପତିତ୍ବରେ ଆୟୋଜିତ ତୃତୀୟ ସନ୍ଧ୍ୟାରେ ଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ତଥା ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର ସମସ୍ତ ଜନପ୍ରତିନିଧିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆୟୋଜିତ ସଭାରେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା ସ୍ଵାଗତ ଭାଷଣ ଦେଇଥିବାବେଳେ ଅତିଥି ଭାବେ ଆସିକା ସାଂସଦ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ଡ଼ାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଆସିକା ବିଧାୟିକା ମଞ୍ଜୁଳା ସ୍ଵାଇଁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ, ମେୟର ସଂଘମିତ୍ରା ଦଳେଇ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories