www.samajalive.in
Saturday, December 6, 2025
23.1 C
Bhubaneswar

ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ସୁଆଣ୍ଡୋ: ପୁରୀ ଜିଲ୍ଲା ଅତିବଡ଼ି ଜଗନ୍ନାଥ ଦାସଙ୍କ ଜନ୍ମପୀଠ କପିଳେଶ୍ଵର ପୁର ଶାସନରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ତିନି ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି । ଉତ୍କଳ ସ୍ୱାଭିମାନ ମଞ୍ଚ ଆନୁକୁଲ୍ୟରେ ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳଗୌରବ ମଧୁସୂଦନ ଦାସ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । ସ୍ୱାଭିମାନ ମଞ୍ଚ ସଭାପତି ରାଧାକାନ୍ତ ଦାଶ ଏହି ସଭାରେ ସଭାପତିତ୍ବ କରିଥିଲେ ।  ଡ. ପ୍ରଭାକର ତ୍ରିପାଠୀ, ପୂର୍ବତନ ବ୍ୟାଙ୍କ ମାନେଜର ବାସୁଦେବ ସାହୁ, ସମାଜସେବୀ ରବୀନାରାୟଣ ମହାନ୍ତି, ପ୍ରାକ୍ତନ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ପ୍ରସନ୍ନ ହୋତା ଓ ଶିକ୍ଷାବିତ୍‌ ଅର୍ଜୁନ ପରମଗୁରୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ମହାପୁରୁଷଙ୍କ ଜୀବନାଦର୍ଶୀ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମଣ୍ଡଳ ଶିକ୍ଷାଧିକାରୀ ଓ ସିଆରସିସି ଉପସ୍ଥିତ ରହିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ପ୍ରଧାନ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories