www.samajalive.in
Monday, December 15, 2025
24.1 C
Bhubaneswar

ପରୀକ୍ଷା ପେ ଚର୍ଚ୍ଚା – ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ୩ ହଜାର ଛାତ୍ରଛାତ୍ରୀ

ଡେସ୍କ: ସୋମବାର ନୂଆଦିଲ୍ଲୀରେ ଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା କାର୍ଯ୍ୟକ୍ରମ ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସକାଳ ୧୧ଟାରୁ ପ୍ରଗତି ମଇଦାନର ଭାରତ ମଣ୍ଡପମରେ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ପାଇଁ ମାଇଁ ଗଭ ପୋର୍ଟାଲରେ ୨ କୋଟି ୨୬ ଲକ୍ଷ ଜଣ ପଞ୍ଜିକରଣ କରିଛନ୍ତି।

ଆଜି ଆକାଶବାଣୀରେ ମନ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତାକାଲି ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣକୁ ସେ ଅପେକ୍ଷା କରିଛନ୍ତି। ସେ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ସେ ଛାତ୍ରଛାତ୍ରୀଙ୍କ ସହ ପରୀକ୍ଷା ଚାପ ବିଷୟରେ କଥାବାର୍ତ୍ତା କରିବେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ସାତ ବର୍ଷ ମଧ୍ୟରେ ଶିକ୍ଷା ଏବଂ ପରୀକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଏକ ଉତ୍ତମ ମାଧ୍ୟମ ପାଲଟିଛି।

- Advertisement -

କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡଃ ସୁବାଷ ସରକାର ଏହି କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରି କହିଛନ୍ତି ଯେ ଚଳିତ ବର୍ଷ ପ୍ରାୟ ୩ ହଜାର ଅଂଶଗ୍ରହଣକାରୀ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ସେ କହିଛନ୍ତି ଯେ ପ୍ରତ୍ୟେକ ରାଜ୍ୟ ତଥା କେନ୍ଦ୍ର ଅଞ୍ଚଳରୁ ଦୁଇଜଣ ଛାତ୍ର ଏବଂ ଜଣେ ଶିକ୍ଷକ ଚୟନ କରାଯାଇଛି। କଳା ମହୋତ୍ସବର ବିଜେତାମାନଙ୍କୁ ମଧ୍ୟ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି। ଏହା ବ୍ୟତୀତ ପ୍ରଥମ ଥର ପାଇଁ ଦେଶର ବିଭିନ୍ନ ପ୍ରାନ୍ତରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୦୦ ଜଣ ଛାତ୍ରଛାତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ସେ କହିଛନ୍ତି ଯେ ଯେତେବେଳେ ୨୦୧୮ରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ସେତେବେଳେ କେବଳ ୨୨ ହଜାର ପଞ୍ଜୀକରଣ କରାଯାଇଥିଲା, ଯାହା ଚଳିତ ବର୍ଷ ୨ କୋଟି ୨୬ ଲକ୍ଷରେ ପହଞ୍ଚିଛି। ସେ କହିଛନ୍ତି ଯେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀର ଛାତ୍ରମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେଉଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories