www.samajalive.in
Monday, December 15, 2025
24.1 C
Bhubaneswar

ଓଡିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ସୋମବାର ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଦିନ ୧୨ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ଲୋୟର ପିଏଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ସମାବେଶରେ ଜିଲ୍ଲା ସଭାପତି, ବ୍ଲକ ସଭାପତି, ମଣ୍ଡଳ ସଭାପତି, ପଞ୍ଚାୟତ ସଭାପତିଙ୍କ ସହ ହଜାର ହଜାର କର୍ମୀ ଏବଂ ସାଧାରଣ ଲୋକଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବେ ।  ଏଆଇସିସି ଅଧ୍ୟକ୍ଷ ଭାବରେ ଦାୟିତ୍ବ ଗ୍ରହଣ କରିବା ପରେ ଏହା ଖଡଗେଙ୍କର ପ୍ରଥମ ଓଡିଶା ଗସ୍ତ ।  ତେବେ ଆଗକୁ ନିର୍ବାଚନ ରହିଛି , ଖଡଗେଙ୍କର ଏହି ଗସ୍ତ ଓଡିଶାକୁ କେତେ ପ୍ରଭାବ ପକାଉଛି । ରାଜ୍ୟ କଂଗ୍ରେସକୁ କେତେ ବଳ ମିଳୁଛି ତାହା ଉପରେ ସମସ୍ତଙ୍କର ନଜର ରହିବ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories