www.samajalive.in
Sunday, December 7, 2025
15.1 C
Bhubaneswar

ପ୍ରବଳ ଜାଡ ସାଙ୍ଗକୁ କଲବଲ କରୁଛି ଘନ କୁହୁଡି

ଭୁବନେଶ୍ବର: ରାଜ୍ୟକୁ ଫେରିଛି ଶୀତ । ଉପାନ୍ତରୁ ଉପକୂଳ ସବୁଠି ପାରଦ ଖସିଛି। ସୋମବାର ରାଜ୍ୟର ୧୨ଟି ସହର ୧୩ ଡିଗ୍ରୀ ତଳେ ରହିଛି। ସୁନ୍ଦରଗଡର ତାପମାତ୍ରା ୮ ଡିଗ୍ରୀକୁ ଖସିଆସିଛି। ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗକୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଶୀତ ବଢିଥିବା ପାଣିପାଗ ବିଭାଗ କହିଛି। ବାୟୁ ମଣ୍ଡଳରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି।ଅନ୍ୟପଟେ  ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories