www.samajalive.in
Saturday, December 13, 2025
26.1 C
Bhubaneswar

ସୋମବାରଠାରୁ ଫେବୃଆରୀ ୨୨ ପର୍ଯ୍ୟନ୍ତ ପରିକ୍ରମା ପ୍ରକଳ୍ପ ବୁଲିଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ

ପୁରୀ: ସୋମବାରଠାରୁ ବିଭିନ୍ନ ଜିଲ୍ଲାରୁ ଆସିଥିବା ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖୁଛନ୍ତି। ଫେବୃଆରୀ ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ ମାନେ ପରିକ୍ରମା ପ୍ରକଳ୍ପ ବୁଲି ଦେଖିବେ । ପ୍ରଥମଦିନ ଗଞ୍ଜାମ, ବାଲେଶ୍ବର, ମୟୁରଭଞ୍ଜ, କଟକ ଓ କେନ୍ଦ୍ରାପଡା ଜିଲ୍ଳାର କିଛି ଅଞ୍ଚଳର ଜନ ସାଧାରଣଙ୍କୁ ବସ୍ ଯୋଗେ ପୁରୀକୁ ଅଣାଯାଇଛି। ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ୍ ଗୁଡିକ ବିରହରେକୃଷ୍ଣପୁରରେ ଥିବା ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡର ବସ୍ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥବଲ୍ଲଭ ପିଲିଗ୍ରୀମ୍ ସେଣ୍ଟରକୁ ନିଆଯିବ । ପରେ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିଭ୍ରମଣ କରାଯିବ । ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଥିଲା। ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ସମଗ୍ର ରାଜ୍ୟରେ ଅର୍ପଣ ରଥ  ପରିଭ୍ରମଣ କରିଥିଲା। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୁଆ ଅର୍ପଣ କରିଥିଲେ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ ମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ  ଓ ଏହି ପ୍ରକଳ୍ପ ପରିଭ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories