ମାଲକାନଗିରି : ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝଡ଼ିଆଙ୍କ ଅଧ୍ୟକ୍ଷତାରେ ଆଜି ପେଦାୱାଡ଼ା ଗ୍ରାମ ପଞ୍ଚାୟତଠାରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ଯୋଜନା ଉପରେ ଗ୍ରାମ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଚିତ୍ରକୋଣ୍ଡା ବିଧାୟକ ପୁର୍ଣ ଚନ୍ଦ୍ର ବାକା ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ମାଲକାନଗିରି ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତଙ୍ଗୁଲ ,ମାଲକାନଗିରି ପୂର୍ବତନ ବିଧାୟକ ମାନସ ମାଡକାମୀ ,ସଦର ବ୍ଲକ ଅଧ୍ୟକ୍ଷା ଗୌରୀ ପଡ଼ିଆମୀଙ୍କ ସହ ବହୁ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।



