www.samajalive.in
Saturday, December 13, 2025
26.1 C
Bhubaneswar

ନୂଆ-ଓ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା

ଗୁରୁଡିଝାଟିଆ : ବାଳି ସ୍ଥିିତ ଶ୍ରୀଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟ ପକ୍ଷରୁ ନୂଆ ଓ ଓଡିଆ ଭାଷା ସାହିତ୍ୟ ବିଭାଗର ବିଭିନ୍ନ  ପ୍ରତିଯୋଗିତା ଆଜି ଉଦଯାପିତ ହୋଇଛି । ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଆଜିର ଉଦଯାପନୀ ଉତ୍ସବରେ ଜଗନ୍ନାଥ ସଂସ୍କୃତି ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏସଭିଏମ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଅଭିରାମ ଶତପଥି ମୁଖ୍ୟ  ବକ୍ତା ଭାବରେ ଯୋଗ ଦେଇଥିଲେ । ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ରାଉତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ  ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ସାହୁ, ଡଃ ଦେବେନ୍ଦ୍ର ନାଥ ଦାଶ, ଡଃ ରଶ୍ମୀରଞ୍ଜନ ମହାପାତ୍ର, ଅଧ୍ୟାପିକା ସୁନନ୍ଦା ସାହୁ ପ୍ରମୁଖ ଯୋଗଦେଇ ଜଗନ୍ନାଥ ସଂସ୍କୃତି ଓଡିଆଙ୍କ ପରିଚୟ ବୋଲି କହିଥିଲେ । ନୂଆ ଓ ଓଡିଆ ଭାଷା ସାହିତ୍ୟ ବିଭାଗରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ବିଦ୍ୟାର୍ଥୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଅଧ୍ୟାପକ ମଳୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories