www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଜ୍ଞାପନ ମେଢ ପାଇଁ ଓଡିଶା ପୁରସ୍କୃତ

ଡେସ୍କ: ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଓଡିଶାର ପ୍ରଜ୍ଞାପନ ମେଢ ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ସହକାରୀ ସୂଚନା ଅଧିକାରୀ ହରପ୍ରସାଦ ମହାପାତ୍ର ଓ ପ୍ରଜ୍ଞାପନ ମେଢର ଶିଳ୍ପୀ କିର୍ତ୍ତୀ କିଶୋର ମହାରଣା ଭାରତ ସରକାରଙ୍କ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟଙ୍କ ଠାରୁ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କରିଛନ୍ତି।

ଆଜି ଓଡିଶା ପ୍ରଜ୍ଞାପନ ମେଢ ଶ୍ରେଷ୍ଠ ବିବେଚିତ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଅତ୍ୟନ୍ତ ଗୌରବର ବିଷୟ ବୋଲି କହିଛନ୍ତି। ସେ ଟ୍ୱିଟ କରିଛନ୍ତି, ପଟ୍ଟଚିତ୍ର ସହ ହସ୍ତଶିଳ୍ପ ଓ କୁଟୀର ଶିଳ୍ପର ସୁନ୍ଦର କଳାକୃତି ଦେଖାଯାଇଛି। ନାରୀ ସଶକ୍ତିକରଣ ବିଷୟବସ୍ତୁକୁ ଖୁବ ସୁନ୍ଦର ଭାବେ ଦର୍ଶାଯାଇଛି। ଏହାକୁ ଆକର୍ଷଣୀୟ କରିଥିବା ଶିଳ୍ପୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

ଛତିଶଗଡ଼ରେ ମାଓ ଆକ୍ରମଣ – ୩ ଯବାନ ସହିଦ, ୧୪ ଗୁରୁତର

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories