www.samajalive.in
Saturday, December 13, 2025
26.1 C
Bhubaneswar

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଲିସର ତଦନ୍ତ ଆରମ୍ଭ

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ତେଣ୍ଡେରା ଗ୍ରାମରେ ନିଜ ଶୋଇବା ଘରୁ ଜଣେ +୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ଗ୍ରାମର ଉମାକାନ୍ତ ମହାନ୍ତ ଙ୍କ ଝିଅ ଲିଟିଲ ମହାନ୍ତ(୧୭) ବୋଲି ଜଣାପଡିଛି । ସେ ପାଟଣା କଲେଜରେ ପାଠ ପଢ଼ୁଥିଲେ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ଗତକାଲି ରାତିରେ ଶୋଇଥିବା ଘରେ  ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ଆଜି ସକାଳୁ ତାଙ୍କ ମୃତଦେହ ଝୁଲନ୍ତା ଅଵସ୍ଥାରେ ଦେଖି ଘର ଲୋକେ ପୁଲିସ କୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ଏନେଇ ଥାନାରେ ୮/୨୦୨୪ ମୂଳେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories