www.samajalive.in
Saturday, December 6, 2025
23.1 C
Bhubaneswar

ବୁଧବାର ୩ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ:ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାରରେ ବ୍ୟବହାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ , ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories