www.samajalive.in
Saturday, December 6, 2025
19.1 C
Bhubaneswar

ଏଟିଏମ୍‌ ଲୁଟ୍ ଘଟଣାରେ ଧରାପଡିଲେ ଦୁଇ ଲୁଟେରା

ନବରଙ୍ଗପୁର: ନବରଙ୍ଗପୁର ସହର ବ୍ଲକ କାର୍ଯ୍ୟାଳୟ ପାର୍ଶ୍ବରେ ଥିବା ଏସବିଆଇ ଏଟିଏମରୁ ଲୁଟ୍ ହୋଇଛି। ଏଟିଏମ ମେସିନକୁ ଦୁର୍ବୁତ୍ତମାନେ ତାଡି ଦେଇଛନ୍ତି। ତେବେ ଏଟିଏମ ମେସିନକୁ ଗ୍ୟାସ୍ କଟରରେ କାଟିଥିବା ସନ୍ଦେହ କରାଯାଉଛି। ଫଳରେ ଏଡିଏମରେ ନିଆଁ ଲାଗି ଯାଇଥିଲା। ଖବର ପାଇ ନବରଙ୍ଗପୁର ପୁଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଏଟିଏମ ତଳେ କିଛି ଟଙ୍କା ନିଆଁରେ ପୋଡି ଯାଇଥିବାରୁ ଦୁର୍ବୁତ୍ତମାନେ ଉକ୍ତ ଟଙ୍କା ଗୁଡିକୁ ଛାଡି ଚାଲିଯାଇଥିବା ଦେଖିବାକୁ ମିଳିଛି। ପୁଲିସ ଡାବୁଗାଁ ଜଙ୍ଗଲରେ ପିଛା କରି ଦୁଇ ଲୁଟେରାଙ୍କୁ କାବୁ କରିଛି। ଜଙ୍ଗଲ ଭିତରୁ ଏକ  କାର୍ ଜବତ କରି ପୁଲିସ ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୋଟ୍ କେତେ ଟଙ୍କା ଚୋରି ହୋଇଛି ତାହା ଜଣାପଡିନି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories