www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଆ ଭାଷା ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ

ଫୁଲବାଣୀ:କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଭାଗୃହରେ ନୂଆ ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ ହୋଇଛି । ପଞ୍ଚାୟତ ମହାବିଦ୍ୟାଳୟର +୨ ଅଧ୍ୟକ୍ଷ ଚିତ୍ତରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ନବଘନ ସାହୁ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବରେ ବିରଞ୍ଚି ନାରାୟଣ ସାହୁ, ହରିପ୍ରିୟା ମିଶ୍ର, ଡମ୍ବରୁ ଧର ସାହୁ, ପ୍ରମୁଖ ଯୋଗଦେଇ ଓଡ଼ିଆ ଭାଷା ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନା କରିଥିଲେ।

ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ଯୋଗ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ବାଲୁଙ୍କେଶ୍ୱର ଆଚାର୍ୟ୍ୟ, ଲକ୍ଷ୍ମୀ କାନ୍ତ ସାହୁ,ଚିନ୍ମୟୀ ନାୟକ, ସୁଶାନ୍ତ କୁମାର ନାୟକ, ବିଜନ କୁମାର ପ୍ରଧାନ, ଅଶୋକ କୁମାର ପ୍ରଧାନ, ଶୁକଦେବ ମୁଖି ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କାର୍ୟ୍ୟକ୍ରମରେ ନୋଡାଲ ଅଧିକାରୀ ଓଡ଼ିଆ ବିଭାଗ ର ଅଧ୍ୟାପକ ବିଭୁତି ଭୂଷଣ ଶତପଥି ପରିଚାଳନା କରିଥିଲେ କ୍ଷ ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories